14ପୁଣି, ସେମାନେ ଉଠି ଯିରୂଶାଲମସ୍ଥ ଯଜ୍ଞବେଦିସବୁ ଦୂର କଲେ ଓ ଧୂପଦାହାର୍ଥକ ଯଜ୍ଞବେଦିସବୁ ଦୂର କରି କିଦ୍ରୋଣ ନଦୀରେ ନିକ୍ଷେପ କଲେ।
15ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।
16ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।
17କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।
18ଅସଂଖ୍ୟ ଲୋକ, ଅର୍ଥାତ୍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ,