ଦ୍ବିତୀୟ ବଂଶାବଳୀ 30

କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।

2 Chronicles 30:17 (UKJV) For there were many in the congregation that were not sanctified: therefore the Levites had the charge of the killing of the passovers for every one that was not clean, to sanctify them unto the LORD.

15ଏଉତ୍ତାରେ ସେମାନେ ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନରେ ନିସ୍ତାର ପର୍ବର ବଳି ବଧ କଲେ; ତହିଁରେ ଯାଜକମାନେ ଓ ଲେବୀୟମାନେ ଲଜ୍ଜିତ ହୋଇ ଆପଣାମାନଙ୍କୁ ପବିତ୍ର କଲେ ଓ ସଦାପ୍ରଭୁଙ୍କ ଗୃହକୁ ହୋମବଳି ଆଣିଲେ।

16ଆଉ, ସେମାନେ ପରମେଶ୍ୱରଙ୍କ ଲୋକ ମୋଶାଙ୍କର ବ୍ୟବସ୍ଥାନୁସାରେ ଶ୍ରେଣୀକ୍ରମେ ଆପଣା ଆପଣା ସ୍ଥାନରେ ଠିଆ ହେଲେ; ଯାଜକମାନେ ଲେବୀୟମାନଙ୍କ ହସ୍ତରୁ ରକ୍ତ ଗ୍ରହଣ କରି ସେଚନ କଲେ।

17କାରଣ ସମାଜ ମଧ୍ୟରେ ଅନେକ ଲୋକ ଆପଣାମାନଙ୍କୁ ପବିତ୍ର କରି ନ ଥିଲେ; ଏହେତୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବାକୁ ପ୍ରତ୍ୟେକ ଅଶୁଚି ଲୋକ ନିମନ୍ତେ ନିସ୍ତାର ପର୍ବର ବଳି ବଧ କରିବାର ଭାର ଲେବୀୟମାନଙ୍କ ଉପରେ ଥିଲା।

18ଅସଂଖ୍ୟ ଲୋକ, ଅର୍ଥାତ୍‍, ଇଫ୍ରୟିମ ଓ ମନଃଶି, ଇଷାଖର ଓ ସବୂଲୂନ ମଧ୍ୟରୁ ଅନେକେ ଆପଣାମାନଙ୍କୁ ଶୁଚି କରି ନ ଥିଲେ, ତଥାପି ସେମାନେ ଲେଖାର ବିପରୀତରେ ନିସ୍ତାର ପର୍ବର ବଳି ଭୋଜନ କଲେ। କାରଣ ହିଜକୀୟ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରି ଏହା କହିଥିଲେ,

19“ଯେକେହି ପରମେଶ୍ୱରଙ୍କର, ସଦାପ୍ରଭୁ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଅନ୍ତଃକରଣ ନିବିଷ୍ଟ କରେ, ସେ ଧର୍ମଧାମର ଶୌଚବିଧି ଅନୁସାରେ ଶୁଚି ନୋହିଲେ ହେଁ ମଙ୍ଗଳମୟ ସଦାପ୍ରଭୁ ତାହାକୁ କ୍ଷମା କରନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.