1ଏଥିଉତ୍ତାରେ ଲୋକମାନେ ଯେପରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବା ପାଇଁ ଯିରୂଶାଲମକୁ ସଦାପ୍ରଭୁଙ୍କ ଗୃହକୁ ଆସିବେ, ଏଥିପାଇଁ ହିଜକୀୟ ସମଗ୍ର ଇସ୍ରାଏଲ ଓ ଯିହୁଦା ନିକଟକୁ ଲୋକ ପଠାଇଲେ, ପୁଣି ଇଫ୍ରୟିମ ଓ ମନଃଶି ନିକଟକୁ ମଧ୍ୟ ପତ୍ର ଲେଖିଲେ।
2କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।
3କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ।
4ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା।