24ଏଣୁ ଯିହୁଦାର ରାଜା ହିଜକୀୟ ଉପହାର ନିମନ୍ତେ ସମାଜକୁ ଏକ ସହସ୍ର ବୃଷ ଓ ସାତ ସହସ୍ର ମେଷ ଦେଲେ; ଆଉ, ଅଧିପତିମାନେ ସମାଜକୁ ଏକ ସହସ୍ର ବୃଷ ଓ ଦଶ ସହସ୍ର ମେଷ ଦେଲେ; ପୁଣି ଯାଜକମାନଙ୍କ ମଧ୍ୟରୁ ଅନେକେ ଆପଣାମାନଙ୍କୁ ପବିତ୍ର କଲେ।
25ପୁଣି, ଯାଜକ ଓ ଲେବୀୟମାନଙ୍କ ସହିତ ଯିହୁଦାର ସମଗ୍ର ସମାଜ ଓ ଇସ୍ରାଏଲ ମଧ୍ୟରୁ ଆଗତ ସମଗ୍ର ସମାଜ, ପୁଣି ଇସ୍ରାଏଲ ଦେଶରୁ ଆଗତ ଓ ଯିହୁଦା ନିବାସୀ ବିଦେଶୀଗଣ ଆନନ୍ଦ କଲେ।
26ଏହିରୂପେ ଯିରୂଶାଲମରେ ମହାନନ୍ଦ ହେଲା; କାରଣ ଇସ୍ରାଏଲର ରାଜା ଦାଉଦଙ୍କର ପୁତ୍ର ଶଲୋମନଙ୍କ ସମୟଠାରୁ ଯିରୂଶାଲମରେ ଏପରି ଆଉ ହୋଇ ନ ଥିଲା।
27ଏଉତ୍ତାରେ ଲେବୀୟ ଯାଜକମାନେ ଉଠି ଲୋକମାନଙ୍କୁ ଆଶୀର୍ବାଦ କଲେ; ପୁଣି ସେମାନଙ୍କ ରବରେ ମନୋଯୋଗ କରାଗଲା ଓ ସେମାନଙ୍କ ପ୍ରାର୍ଥନା ତାହାଙ୍କ ପବିତ୍ର ବାସସ୍ଥାନ ସ୍ୱର୍ଗ ପର୍ଯ୍ୟନ୍ତ ପ୍ରବେଶ କଲା।