2କାରଣ ରାଜା, ତାଙ୍କର ଅଧିପତିମାନେ ଓ ଯିରୂଶାଲମସ୍ଥ ସମଗ୍ର ସମାଜ ଦ୍ୱିତୀୟ ମାସରେ ନିସ୍ତାର ପର୍ବ ପାଳନ କରିବା ପାଇଁ ମନ୍ତ୍ରଣା କରିଥିଲେ।
3କାରଣ ଯଥେଷ୍ଟ ସଂଖ୍ୟକ ଯାଜକ ଆପଣାମାନଙ୍କୁ ପବିତ୍ର କରି ନ ଥିବାରୁ, କିଅବା ଲୋକମାନେ ଯିରୂଶାଲମରେ ଏକତ୍ରିତ ହୋଇ ନ ଥିବାରୁ ସେସମୟରେ ସେମାନେ ତାହା ପାଳନ କରିପାରି ନ ଥିଲେ।
4ଏ ବିଷୟ ରାଜାଙ୍କର ଓ ସମଗ୍ର ସମାଜର ଦୃଷ୍ଟିରେ ଯଥାର୍ଥ ବୋଧ ହେଲା।
5ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।
6ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।