ଦ୍ବିତୀୟ ବଂଶାବଳୀ 30

ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।

2 Chronicles 30:7 (UKJV) And be not all of you like your fathers, and like your brethren, which trespassed against the LORD God of their fathers, who therefore gave them up to desolation, as all of you see.

5ଏଣୁ ଲୋକମାନେ ଯେପରି ଯିରୂଶାଲମରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଆସିବେ, ଏଥିପାଇଁ ସେମାନେ ବେର୍‍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲର ସର୍ବତ୍ର ଏହା ଘୋଷଣା କରିବାକୁ ସ୍ଥିର କଲେ। କାରଣ ସେମାନେ ଲିଖନାନୁସାରେ ଏରୂପ ବହୁସଂଖ୍ୟକ ହୋଇ ପାଳନ କରି ନ ଥିଲେ।

6ତହିଁରେ ଦୂତମାନେ ରାଜା ଓ ତାଙ୍କର ଅଧିପତିମାନଙ୍କଠାରୁ ପତ୍ର ନେଇ ଇସ୍ରାଏଲ ଓ ଯିହୁଦାର ସର୍ବତ୍ର ଗମନ କରି ରାଜାଜ୍ଞାନୁସାରେ ଏହି କଥା କହିଲେ, “ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଅବ୍ରହାମର ଓ ଇସ୍‌ହାକର ଓ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରତି ପୁନର୍ବାର ଫେର, ତହିଁରେ ସେ ଅଶୂର-ରାଜାଗଣ ହସ୍ତରୁ ରକ୍ଷିତ ତୁମ୍ଭମାନଙ୍କ ଅବଶିଷ୍ଟାଂଶ ପ୍ରତି ଫେରିବେ।

7ଆଉ, ତୁମ୍ଭେମାନେ ଆପଣାମାନଙ୍କ ପିତୃଗଣ ଓ ଭ୍ରାତୃଗଣ ତୁଲ୍ୟ ନ ହୁଅ, ସେମାନେ ଆପଣା ପୂର୍ବପୁରୁଷଗଣର ପରମେଶ୍ୱର ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କଲେ, ତେଣୁ ତୁମ୍ଭେମାନେ ଦେଖୁଅଛ ଯେ, ସେ ସେମାନଙ୍କୁ ବିନାଶରେ ସମର୍ପଣ କଲେ।

8ତୁମ୍ଭେମାନେ ଆପଣାମାନଙ୍କ ପିତୃଲୋକଙ୍କ ତୁଲ୍ୟ ଶକ୍ତଗ୍ରୀବ ନ ହୁଅ; ମାତ୍ର ତୁମ୍ଭମାନଙ୍କ ଉପରୁ ତାହାଙ୍କର ପ୍ରଚଣ୍ଡ କ୍ରୋଧ ଯେପରି ନିବୃତ୍ତ ହେବ, ଏଥିପାଇଁ ଆପଣାମାନଙ୍କୁ ସଦାପ୍ରଭୁଙ୍କର ବଶୀଭୂତ କର ଓ ସେ ଚିରକାଳ ନିମନ୍ତେ ଯେଉଁ ସ୍ଥାନ ପବିତ୍ର କରିଅଛନ୍ତି, ତାହାଙ୍କର ସେହି ଧର୍ମଧାମରେ ପ୍ରବେଶ କରି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ସେବା କର।

9କାରଣ ତୁମ୍ଭେମାନେ ଯେବେ ପୁନର୍ବାର ସଦାପ୍ରଭୁଙ୍କ ପ୍ରତି ଫେରିବ, ତେବେ ତୁମ୍ଭମାନଙ୍କ ଭ୍ରାତୃଗଣ ଓ ସନ୍ତାନଗଣ ଯେଉଁମାନଙ୍କ ଦ୍ୱାରା ବନ୍ଦୀ ରୂପେ ନୀତ ହୋଇଅଛନ୍ତି, ସେମାନଙ୍କ ଦୃଷ୍ଟିରେ ଦୟାପ୍ରାପ୍ତ ହେବେ ଓ ପୁନର୍ବାର ଏହି ଦେଶକୁ ଆସିବେ; ଯେଣୁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର କୃପାମୟ ଓ ଦୟାଳୁ ଅଟନ୍ତି, ଯେବେ ତୁମ୍ଭେମାନେ ତାହାଙ୍କ ପ୍ରତି ଫେରିବ, ତେବେ ସେ ତୁମ୍ଭମାନଙ୍କଠାରୁ ଆପଣା ମୁଖ ଫେରାଇବେ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.