ଦ୍ବିତୀୟ ବଂଶାବଳୀ 31

ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।

2 Chronicles 31:11 (UKJV) Then Hezekiah commanded to prepare chambers in the house of the LORD; and they prepared them,

9ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,

10ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, “ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ ଦ୍ରବ୍ୟରାଶି।”

11ତହିଁରେ ହିଜକୀୟ ସଦାପ୍ରଭୁଙ୍କ ଗୃହରେ କେତେକ କୋଠରି ପ୍ରସ୍ତୁତ କରିବାକୁ ଆଜ୍ଞା କଲେ; ତହୁଁ ସେମାନେ ତାହା ପ୍ରସ୍ତୁତ କଲେ।

12ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।

13ପୁଣି, ଯିହୀୟେଲ ଓ ଅସସୀୟ, ନହତ୍‍, ଅସାହେଲ, ଯିରେମୋତ୍‍, ଯୋଷାବଦ୍‍, ଇଲୀୟେଲ୍‍, ଯିଷ୍ମଖୀୟ, ମାହତ୍‍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.