12ଏଉତ୍ତାରେ ଲୋକମାନେ ବିଶ୍ୱସ୍ତ ରୂପେ ଉପହାର, ଦଶମାଂଶ ଓ ପବିତ୍ରୀକୃତ ଦ୍ରବ୍ୟ ଆଣିଲେ; ଆଉ ତହିଁ ଉପରେ ଲେବୀୟ କୋନାନୀୟ ଅଧ୍ୟକ୍ଷ ଥିଲା ଓ ତାହାର ଭାଇ ଶିମୀୟି ଦ୍ୱିତୀୟ ଥିଲା।
13ପୁଣି, ଯିହୀୟେଲ ଓ ଅସସୀୟ, ନହତ୍, ଅସାହେଲ, ଯିରେମୋତ୍, ଯୋଷାବଦ୍, ଇଲୀୟେଲ୍, ଯିଷ୍ମଖୀୟ, ମାହତ୍, ବନାୟ, ଏମାନେ ହିଜକୀୟ ରାଜାଙ୍କର ଓ ପରମେଶ୍ୱରଙ୍କ ଗୃହାଧ୍ୟକ୍ଷ ଅସରୀୟର ନିଯୁକ୍ତି ଦ୍ୱାରା କୋନାନୀୟ ଓ ତାହାର ଭ୍ରାତା ଶିମୀୟିର ହସ୍ତାଧୀନରେ କାର୍ଯ୍ୟଶାସକ ଥିଲେ।
14ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
15ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
16ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;