14ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।
15ପୁଣି, ତାହାର ଅଧୀନରେ ଏଦନ, ମିନ୍ୟାମୀନ, ଯେଶୂୟ, ଶମୟୀୟ, ଅମରୀୟ ଓ ଶଖନୀୟ, ଏମାନେ ଯାଜକମାନଙ୍କ ନାନା ନଗରରେ ଆପଣାମାନଙ୍କର ସାନ ବଡ଼ ଭାଇମାନଙ୍କୁ ପାଳି ଅନୁସାରେ ଦେବା ପାଇଁ ଆପଣା ଆପଣା ନିରୂପିତ ପଦରେ ରହିଲେ;
16ସେମାନଙ୍କ ବ୍ୟତୀତ ଯେଉଁମାନେ ପ୍ରତିଦିନର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପାଳିକ୍ରମେ ଆପଣା ଆପଣା ରକ୍ଷଣୀୟ ସେବା ନିମନ୍ତେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ କଲେ, ଏପରି ତିନି ବର୍ଷ ଓ ତତୋଧିକ ବୟସ୍କ ପୁରୁଷ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ;
17ଆଉ, ଆପଣା ଆପଣା ପିତୃବଂଶାନୁସାରେ ଯାଜକମାନେ, ପୁଣି କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନେ ବଂଶାବଳୀ କ୍ରମେ ସେମାନଙ୍କ ରକ୍ଷଣୀୟ ଓ ପାଳି ଅନୁସାରେ ଗଣିତ ହୋଇଥିଲେ;
18ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;