ଦ୍ବିତୀୟ ବଂଶାବଳୀ 31

ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।

2 Chronicles 31:20 (UKJV) And thus did Hezekiah throughout all Judah, and wrought that which was good and right and truth before the LORD his God.

18ପୁଣି ସମଗ୍ର ସମାଜ ମଧ୍ୟରେ ଲୋକମାନଙ୍କର ଶିଶୁ, ଭାର୍ଯ୍ୟା ଓ ପୁତ୍ରକନ୍ୟାମାନେ ବଂଶାବଳୀ କ୍ରମେ ଗଣିତ ହୋଇଥିଲେ; କାରଣ ସେମାନେ ଆପଣା ଆପଣା ନିରୂପିତ କାର୍ଯ୍ୟରେ ପବିତ୍ରତାରେ ଆପଣାମାନଙ୍କୁ ପବିତ୍ର କଲେ;

19ମଧ୍ୟ ହାରୋଣଙ୍କର ଯେଉଁ ସନ୍ତାନ-ଯାଜକମାନେ ଆପଣା ଆପଣା ନଗରସ୍ଥ ତଳିଭୂମିର କ୍ଷେତ୍ରରେ ବାସ କଲେ, ସେମାନଙ୍କ ପ୍ରତ୍ୟେକ ନଗରରେ ଯାଜକମାନଙ୍କ ମଧ୍ୟରେ ସମସ୍ତ ପୁରୁଷଙ୍କୁ ଓ ଲେବୀୟମାନଙ୍କ ମଧ୍ୟରେ ବଂଶାବଳୀ କ୍ରମେ ଗଣିତ ସମସ୍ତଙ୍କୁ ଅଂଶ ଦେବା ପାଇଁ ଲୋକେ ନାମରେ ନିର୍ଣ୍ଣୀତ ହେଲେ।

20ହିଜକୀୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।

21ଆଉ, ସେ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କରିବା ନିମନ୍ତେ ପରମେଶ୍ୱରଙ୍କ ଗୃହର ସେବାକାର୍ଯ୍ୟ, ପୁଣି ବ୍ୟବସ୍ଥା ଓ ଆଜ୍ଞା ସମ୍ବନ୍ଧରେ ଯେ ଯେ କାର୍ଯ୍ୟ ଆରମ୍ଭ କଲେ, ତାହାସବୁ ଆପଣା ସର୍ବାନ୍ତଃକରଣ ସହିତ କରି କୃତକାର୍ଯ୍ୟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.