ଦ୍ବିତୀୟ ବଂଶାବଳୀ 31

ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।

2 Chronicles 31:5 (UKJV) And as soon as the commandment came abroad, the children of Israel brought in abundance the first- fruits of corn, wine, and oil, and honey, and of all the increase of the field; and the tithe of all things brought they in abundantly.

3ମଧ୍ୟ ସେ ସଦାପ୍ରଭୁଙ୍କ ବ୍ୟବସ୍ଥାର ଲିଖନାନୁସାରେ ହୋମବଳି ନିମନ୍ତେ, ଅର୍ଥାତ୍‍, ପ୍ରଭାତୀୟ ଓ ସାୟଂକାଳୀନ ହୋମବଳି ନିମନ୍ତେ, ପୁଣି ବିଶ୍ରାମବାର ଓ ଅମାବାସ୍ୟା ଓ ନିରୂପିତ ପର୍ବାଦିର ହୋମବଳି ନିମନ୍ତେ ରାଜସମ୍ପତ୍ତିରୁ ଦେୟ ଅଂଶ ନିରୂପଣ କଲେ।

4ଆହୁରି, ଯେପରି ଯାଜକଗଣ ଓ ଲେବୀୟଗଣ ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଆସକ୍ତ ରହିବେ, ଏଥିପାଇଁ ସେ ସେମାନଙ୍କୁ ସେମାନଙ୍କର ଅଂଶ ଦେବା ନିମନ୍ତେ ଯିରୂଶାଲମ ନିବାସୀ ଲୋକମାନଙ୍କୁ ଆଜ୍ଞା କଲେ।

5ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।

6ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।

7ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.