5ପୁଣି, ଏହି ଆଜ୍ଞା ଘୋଷିତ ହେବାକ୍ଷଣେ ଇସ୍ରାଏଲ-ସନ୍ତାନଗଣ ପ୍ରଚୁର ରୂପେ ପ୍ରଥମଜାତ ଶସ୍ୟ, ଦ୍ରାକ୍ଷାରସ, ତୈଳ, ମଧୁ ଓ କ୍ଷେତ୍ରୋତ୍ପନ୍ନ ସକଳ ଦ୍ରବ୍ୟ ଆଣିଲେ; ଆଉ ସେମାନେ ପ୍ରଚୁର ରୂପେ ସକଳ ଦ୍ରବ୍ୟର ଦଶମାଂଶ ଆଣିଲେ।
6ପୁଣି, ଯିହୁଦାର ନଗରସମୂହରେ ବାସକାରୀ ଇସ୍ରାଏଲ ଓ ଯିହୁଦାର ସନ୍ତାନମାନେ ମଧ୍ୟ ଗୋମେଷର ଦଶମାଂଶ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଷ୍ଠିତ ପବିତ୍ର ଦ୍ରବ୍ୟାଦିର ଦଶମାଂଶ ଆଣି ରାଶି ରାଶି କରି ଥୋଇଲେ।
7ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।
8ଏଉତ୍ତାରେ ହିଜକୀୟ ଓ ଅଧିପତିମାନେ ସେହି ରାଶି ଦେଖିବାକୁ ଆସି ସଦାପ୍ରଭୁଙ୍କର ଓ ତାହାଙ୍କ ଲୋକ ଇସ୍ରାଏଲର ଧନ୍ୟବାଦ କଲେ।
9ସେତେବେଳେ ହିଜକୀୟ ସେହି ସକଳ ରାଶି ବିଷୟରେ ଯାଜକ ଓ ଲେବୀୟମାନଙ୍କୁ ପଚାରନ୍ତେ,