1ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।
2ପୁଣି, ସନ୍ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,
3ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।