ଦ୍ବିତୀୟ ବଂଶାବଳୀ 32

“ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?

2 Chronicles 32:10 (UKJV) Thus says Sennacherib king of Assyria, Whereon do all of you trust, that all of you abide in the siege in Jerusalem?

8ମାଂସର ବାହୁ ତାହାର ସହାୟ; ମାତ୍ର ଆମ୍ଭମାନଙ୍କର ସାହାଯ୍ୟ କରିବାକୁ ଓ ଆମ୍ଭମାନଙ୍କ ପକ୍ଷରେ ଯୁଦ୍ଧ କରିବାକୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ସହାୟ ଅଛନ୍ତି।” ଏଥିରେ ଲୋକମାନେ ଯିହୁଦା-ରାଜା ହିଜକୀୟଙ୍କ ବାକ୍ୟରେ ନିର୍ଭର ରଖିଲେ।

9ଏଥିଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍‍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,

10“ଅଶୂରର ରାଜା ସନ୍‍‌‌ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?

11ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?

12ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.