9ଏଥିଉତ୍ତାରେ ଅଶୂରର ରାଜା ସନ୍ହେରୀବ ଓ ତାହା ସଙ୍ଗେ ତାହାର ସୈନ୍ୟସାମନ୍ତ ଲାଖୀଶ୍ ନଗର ସମ୍ମୁଖରେ ଥିବା ବେଳେ ସେ ଯିରୂଶାଲମକୁ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ଓ ଯିରୂଶାଲମରେ ଉପସ୍ଥିତ ସମଗ୍ର ଯିହୁଦା ନିକଟକୁ ଆପଣା ଦାସଗଣ ପଠାଇ କହିଲା,
10“ଅଶୂରର ରାଜା ସନ୍ହେରୀବ ଏହି କଥା କହନ୍ତି, ତୁମ୍ଭେମାନେ କାହିଁରେ ନିର୍ଭର ରଖି ଅବରୋଧ କାଳରେ ଯିରୂଶାଲମରେ ରହୁଅଛ?
11ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଅଶୂର ରାଜାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି ଦୁର୍ଭିକ୍ଷରେ ଓ ତୃଷାରେ ମରିବା ପାଇଁ ତୁମ୍ଭମାନଙ୍କୁ ସମର୍ପି ଦେବାକୁ କʼଣ ହିଜକୀୟ ମଣାଉ ନାହାନ୍ତି?
12ଏହି ହିଜକୀୟ ତାହାଙ୍କ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଦୂର କରି ଯିହୁଦା ଓ ଯିରୂଶାଲମକୁ ଆଜ୍ଞା କରି କି କହି ନାହାନ୍ତି, ତୁମ୍ଭେମାନେ ଏକ ଯଜ୍ଞବେଦି ସମ୍ମୁଖରେ ପ୍ରଣାମ କରିବ ଓ ତହିଁ ଉପରେ ଧୂପ ଜ୍ୱଳାଇବ?
13ମୁଁ ଓ ମୋʼ ପିତୃଲୋକମାନେ ଏହିସବୁ ଦେଶର ଲୋକମାନଙ୍କ ପ୍ରତି ଯାହା କରିଅଛୁ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେହି ସବୁ ଦେଶସ୍ଥ ଗୋଷ୍ଠୀମାନଙ୍କ ଦେବଗଣ କି କୌଣସି ରୂପେ ଆମ୍ଭ ହସ୍ତରୁ ଆପଣା ଆପଣା ଦେଶ ଉଦ୍ଧାର କରି ପାରିଲେ?