ଦ୍ବିତୀୟ ବଂଶାବଳୀ 32

ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।

2 Chronicles 32:23 (UKJV) And many brought gifts unto the LORD to Jerusalem, and presents to Hezekiah king of Judah: so that he was magnified in the sight of all nations from thenceforth.

21ତହିଁରେ ସଦାପ୍ରଭୁ ଏକ ଦୂତ ପ୍ରେରଣ କରି ଅଶୂର ରାଜାର ଛାଉଣି ମଧ୍ୟରେ ମହାବିକ୍ରମଶାଳୀ ଲୋକ ସମସ୍ତଙ୍କୁ, ଆଉ ପ୍ରଧାନ ଓ ସେନାପତିମାନଙ୍କୁ ଉଚ୍ଛିନ୍ନ କଲେ। ତହିଁରେ ସେ ଲଜ୍ଜିତମୁଖ ହୋଇ ଆପଣା ଦେଶକୁ ଫେରିଗଲା। ତହିଁ ଉତ୍ତାରେ ସେ ଆପଣା ଦେବ ମନ୍ଦିରକୁ ଆସନ୍ତେ, ତାହାର କେତେକ ଔରସଜାତ ସେଠାରେ ତାହାକୁ ଖଡ୍ଗରେ ବଧ କଲେ।

22ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍‍‌‌ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।

23ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।

24ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।

25ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.