22ଏହିରୂପେ ସଦାପ୍ରଭୁ ହିଜକୀୟଙ୍କୁ ଓ ଯିରୂଶାଲମ ନିବାସୀମାନଙ୍କୁ ଅଶୂରର ରାଜା ସନ୍ହେରୀବ ହସ୍ତରୁ ଓ ଅନ୍ୟ ସମସ୍ତଙ୍କ ହସ୍ତରୁ ଉଦ୍ଧାର କଲେ, ପୁଣି ଚତୁର୍ଦ୍ଦିଗରୁ ସେମାନଙ୍କୁ ପଥ ଦେଖାଇଲେ।
23ତହିଁରେ ଅନେକେ ଯିରୂଶାଲମକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ ଓ ଯିହୁଦାର ରାଜା ହିଜକୀୟଙ୍କ ନିକଟକୁ ବହୁମୂଲ୍ୟ ପଦାର୍ଥ ଆଣିଲେ; ତହୁଁ ସେ ସେହି ସମୟଠାରୁ ସମଗ୍ର ଗୋଷ୍ଠୀର ଦୃଷ୍ଟିରେ ଉନ୍ନତ ହେଲେ।
24ସେହି ସମୟରେ ହିଜକୀୟଙ୍କୁ ସାଂଘାତିକ ପୀଡ଼ା ହୋଇଥିଲା; ପୁଣି ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସେ ତାଙ୍କୁ ଉତ୍ତର ଓ ଏକ ଚିହ୍ନ ଦେଲେ।
25ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
26ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।