25ମାତ୍ର ହିଜକୀୟ ଆପଣା ପ୍ରତି କୃତ ମଙ୍ଗଳ ଅନୁସାରେ ପ୍ରତିଦାନ କଲେ ନାହିଁ; କାରଣ ତାଙ୍କର ଅନ୍ତଃକରଣ ଗର୍ବିତ ହେଲା; ଏହେତୁ ତାଙ୍କ ଉପରେ, ପୁଣି ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।
26ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।
27ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;
28ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।
29ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।