ଦ୍ବିତୀୟ ବଂଶାବଳୀ 32

ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

2 Chronicles 32:28 (UKJV) Storehouses also for the increase of corn, and wine, and oil; and stalls for all manner of beasts, and cotes for flocks.

26ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକୀୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକୀୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।

27ଆଉ, ହିଜକୀୟଙ୍କର ଅତି ପ୍ରଚୁର ସମ୍ପଦ ଓ ସମ୍ଭ୍ରମ ଥିଲା ପୁଣି, ସେ ରୂପା, ସୁନା, ବହୁମୂଲ୍ୟ ପ୍ରସ୍ତର, ସୁଗନ୍ଧି ଦ୍ରବ୍ୟ, ଢାଲ ଓ ସର୍ବପ୍ରକାର ମନୋହର ପାତ୍ର ନିମନ୍ତେ ଭଣ୍ଡାର ପ୍ରସ୍ତୁତ କଲେ;

28ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

29ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।

30ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.