ଦ୍ବିତୀୟ ବଂଶାବଳୀ 32

ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।

2 Chronicles 32:3 (UKJV) He took counsel with his princes and his mighty men to stop the waters of the fountains which were without the city: and they did help him.

1ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀର-ବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।

2ପୁଣି, ସନ୍‍‌‌ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,

3ସେ ନଗରର ବହିଃସ୍ଥିତ ନିର୍ଝରସବୁ ବନ୍ଦ କରିବା ପାଇଁ ଆପଣାର ଅଧିପତି ଓ ବଳବାନ ଲୋକଙ୍କ ସହିତ ମନ୍ତ୍ରଣା କଲେ; ଆଉ, ସେମାନେ ତାଙ୍କର ସାହାଯ୍ୟ କଲେ।

4“ଏଣୁ ଅଶୂର-ରାଜାଗଣ ଆସି କାହିଁକି ଅନେକ ଜଳ ପାଇବେ?” ଏହା କହି ଅସଂଖ୍ୟ ଲୋକ ଏକତ୍ରିତ ହୋଇ ସମସ୍ତ ଝର ଓ ଦେଶମଧ୍ୟବାହୀ ସ୍ରୋତ ବନ୍ଦ କଲେ।

5ପୁଣି, ସେ ସାହସ ବାନ୍ଧି ସମସ୍ତ ଭଗ୍ନ ପ୍ରାଚୀର ନିର୍ମାଣ କରି ଦୁର୍ଗ ସମାନ ଓ ବହିଃସ୍ଥିତ ଅନ୍ୟ ପ୍ରାଚୀର ସମାନ ଉଚ୍ଚ କଲେ ଓ ଦାଉଦ-ନଗରସ୍ଥ ମିଲ୍ଲୋ ଦୃଢ଼ କଲେ, ଆଉ ପ୍ରଚୁର ଅସ୍ତ୍ର ଓ ଢାଲ ପ୍ରସ୍ତୁତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.