ଦ୍ବିତୀୟ ବଂଶାବଳୀ 32

ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।

2 Chronicles 32:30 (UKJV) This same Hezekiah also stopped the upper watercourse of Gihon, and brought it straight down to the west side of the city of David. And Hezekiah prospered in all his works.

28ମଧ୍ୟ ଉତ୍ପନ୍ନ ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳ ନିମନ୍ତେ ଭଣ୍ଡାର, ପୁଣି ସର୍ବପ୍ରକାର ପଶୁ ନିମନ୍ତେ ଶାଳା ଓ ମେଷପଲ ନିମନ୍ତେ ଖୁଆଡ଼ ପ୍ରସ୍ତୁତ କଲେ।

29ଆହୁରି, ସେ ଆପଣା ନିମନ୍ତେ ନାନା ନଗର ଓ ଗୋମେଷାଦି ପ୍ରଚୁର ପଶୁଧନ ଆୟୋଜନ କଲେ; କାରଣ ପରମେଶ୍ୱର ତାଙ୍କୁ ବହୁତ ବହୁତ ସମ୍ପତ୍ତି ଦେଇଥିଲେ।

30ଏହି ହିଜକୀୟ ମଧ୍ୟ ଗୀହୋନସ୍ଥିତ ଉଚ୍ଚତର ଜଳଝର ବନ୍ଦ କରି ତାହା ସଳଖ ପଥରେ ଦାଉଦ-ନଗରର ପଶ୍ଚିମ ପାର୍ଶ୍ୱକୁ ଆଣିଲେ। ପୁଣି, ହିଜକୀୟ ଆପଣାର ସମସ୍ତ କାର୍ଯ୍ୟରେ କୃତକାର୍ଯ୍ୟ ହେଲେ।

31ତଥାପି ଦେଶରେ ଯେଉଁ ଅଦ୍ଭୁତ କାର୍ଯ୍ୟ ହୋଇଥିଲା, ତହିଁର ବିବରଣ ପଚାରିବା ନିମିତ୍ତ ତାଙ୍କ ନିକଟକୁ ବାବିଲୀୟ ଅଧିପତିମାନଙ୍କ ପ୍ରେରିତ ଦୂତମାନଙ୍କ କାର୍ଯ୍ୟ ସମ୍ବନ୍ଧରେ ଯେପରି ସେ ଆପଣା ଅନ୍ତଃକରଣର ସମସ୍ତ ଭାବ ଜାଣି ପାରିବେ, ଏଥିପାଇଁ ପରମେଶ୍ୱର ତାଙ୍କର ପରୀକ୍ଷା ନେବା ସକାଶେ ତାଙ୍କୁ ଛାଡ଼ିଦେଲେ।

32ଏହି ହିଜକୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସୁକ୍ରିୟା, ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ-ପୁସ୍ତକ ଅନ୍ତର୍ଗତ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାର ଦର୍ଶନ ପୁସ୍ତକରେ ଲେଖାଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.