19ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟ-ଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
20ଏଥିଉତ୍ତାରେ ମନଃଶିଙ୍କ ମୃତ୍ୟୁ ପରେ, ଲୋକମାନେ ତାଙ୍କୁ ତାଙ୍କର ନିଜ ଗୃହରେ କବର ଦେଲେ; ତହୁଁ ତାଙ୍କର ପୁତ୍ର ଆମୋନ୍ ତାଙ୍କର ପଦରେ ରାଜ୍ୟ କଲେ।
21ଆମୋନ୍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।
22ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।
23ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।