ଦ୍ବିତୀୟ ବଂଶାବଳୀ 33

ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।

2 Chronicles 33:23 (UKJV) And humbled not himself before the LORD, as Manasseh his father had humbled himself; but Amon trespassed more and more.

21ଆମୋନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାଇଶ ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ଦୁଇ ବର୍ଷ ରାଜ୍ୟ କଲେ।

22ପୁଣି, ସେ ଆପଣା ପିତା ମନଃଶିଙ୍କ ତୁଲ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ଆମୋନ୍‍ ଆପଣା ପିତା ମନଃଶିଙ୍କ ନିର୍ମିତ ସକଳ ଖୋଦିତ ପ୍ରତିମା ଉଦ୍ଦେଶ୍ୟରେ ବଳିଦାନ କରି ସେମାନଙ୍କର ସେବା କଲେ।

23ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍‍ ଅଧିକ ଅଧିକ ଅପରାଧ କଲେ।

24ଏଉତ୍ତାରେ ତାଙ୍କର ଦାସମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରି ତାଙ୍କର ନିଜ ଗୃହରେ ତାଙ୍କୁ ବଧ କଲେ।

25ମାତ୍ର ଯେଉଁମାନେ ଆମୋନ୍‍ ରାଜାଙ୍କ ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶସ୍ଥ ଲୋକମାନେ ବଧ କଲେ; ଆଉ, ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟଙ୍କୁ ରାଜା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.