2ପୁଣି, ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
3କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ଭାଙ୍ଗି ପକାଇଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ସେ ବାଲ୍ଦେବଗଣ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ ଓ ଆକାଶସ୍ଥ ସକଳ ବାହିନୀକୁ ପୂଜା କରି ସେମାନଙ୍କର ସେବା କଲେ।
4ପୁଣି, “ଯିରୂଶାଲମରେ ଆମ୍ଭର ନାମ ସଦାକାଳ ସ୍ଥାପିତ ହେବ” ବୋଲି ସଦାପ୍ରଭୁ ଯେଉଁ ଗୃହ ବିଷୟରେ କହିଥିଲେ, ସଦାପ୍ରଭୁଙ୍କ ସେହି ଗୃହରେ ସେ ଯଜ୍ଞବେଦିମାନ ନିର୍ମାଣ କଲେ।
5ଆହୁରି, ସେ ସଦାପ୍ରଭୁଙ୍କ ଗୃହର ଦୁଇ ପ୍ରାଙ୍ଗଣରେ ଆକାଶସ୍ଥ ସକଳ ବାହିନୀ ନିମନ୍ତେ ଯଜ୍ଞବେଦି ନିର୍ମାଣ କଲେ।
6ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।