8ଏଥିଉତ୍ତାରେ ସେ ଆପଣା ରାଜତ୍ଵର ଅଠର ବର୍ଷରେ ଦେଶ ଓ ଗୃହ ଶୁଚି କଲା ଉତ୍ତାରେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଗୃହର ମରାମତି ନିମନ୍ତେ ଅତ୍ସଲୀୟର ପୁତ୍ର ଶାଫନ୍କୁ ଓ ନଗରାଧ୍ୟକ୍ଷ ମାସେୟକୁ ଓ ଯୋୟାହସର ପୁତ୍ର ଯୋୟାହ ଇତିହାସ ଲେଖକକୁ ପଠାଇଲେ।
9ତହୁଁ ସେମାନେ ହିଲ୍କୀୟ ମହାଯାଜକ ନିକଟକୁ ଆସି ଲେବୀୟ ଦ୍ୱାରପାଳମାନଙ୍କ ଦ୍ୱାରା ମନଃଶି ଓ ଇଫ୍ରୟିମ ଓ ସମଗ୍ର ଇସ୍ରାଏଲର ଅବଶିଷ୍ଟାଂଶ, ପୁଣି ସମଗ୍ର ଯିହୁଦା ଓ ବିନ୍ୟାମୀନ୍ ଓ ଯିରୂଶାଲମ ନିବାସୀମାନଙ୍କ ହସ୍ତରୁ ସଂଗୃହୀତ ପରମେଶ୍ୱରଙ୍କ ଗୃହକୁ ଆନୀତ ସକଳ ମୁଦ୍ରା ତାହା ନିକଟରେ ସମର୍ପଣ କଲେ।
10ଆଉ, ସେମାନେ ସଦାପ୍ରଭୁଙ୍କ ଗୃହର ତତ୍ତ୍ୱାବଧାରଣ କର୍ମକାରୀମାନଙ୍କ ହସ୍ତରେ ତାହା ସମର୍ପି ଦେଲେ; ପୁଣି ସଦାପ୍ରଭୁଙ୍କ ଗୃହର କର୍ମକାରୀମାନେ ସେହି ଗୃହର ଜୀର୍ଣ୍ଣସଂସ୍କାର ଓ ପୁନଃନିର୍ମାଣ ନିମନ୍ତେ ତାହା ଦେଲେ;
11ଅର୍ଥାତ୍, ଯିହୁଦା-ରାଜାଗଣ ଯେସକଳ ଗୃହ ବିନାଶ କରିଥିଲେ, ତହିଁ ନିମନ୍ତେ ଖୋଦିତ ପ୍ରସ୍ତର ଓ ବରଗା ଓ କଡ଼ିକାଠ କିଣିବା ପାଇଁ ତାହା ସୂତ୍ରଧର ଓ ଗାନ୍ଥକମାନଙ୍କୁ ଦେଲେ।
12ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।