12ଆଉ, ଲୋକମାନେ ବିଶ୍ୱସ୍ତ ରୂପେ କାର୍ଯ୍ୟ କଲେ; ମରାରି-ସନ୍ତାନଗଣ ମଧ୍ୟରୁ ଯହତ୍ ଓ ଓବଦୀୟ, ଏହି ଲେବୀୟମାନେ ସେମାନଙ୍କର ତତ୍ତ୍ୱାବଧାରକ ଥିଲେ; ପୁଣି, କହାତ-ସନ୍ତାନଗଣର ମଧ୍ୟରୁ ଜିଖରୀୟ ଓ ମଶୁଲ୍ଲମ୍ ଓ ଅନ୍ୟ ଲେବୀୟମାନେ, ଅର୍ଥାତ୍, ବାଦ୍ୟ ବଜାଇବାକୁ ନିପୁଣ ସମସ୍ତ ଲୋକ କର୍ମ ଚଳାଇବାକୁ ନିଯୁକ୍ତ ଥିଲେ।
13ଆହୁରି, ସେମାନେ ଭାରବାହକମାନଙ୍କର ତତ୍ତ୍ୱାବଧାରକ ଓ କର୍ମ ଚଳାଇବା ପାଇଁ ସର୍ବପ୍ରକାର ସେବାକାର୍ଯ୍ୟକାରୀମାନଙ୍କ ଉପରେ ନିଯୁକ୍ତ ଥିଲେ; ପୁଣି, ଲେବୀୟମାନଙ୍କ ମଧ୍ୟରୁ ଲେଖକ, କାର୍ଯ୍ୟଶାସକ ଓ ଦ୍ୱାରପାଳ ଥିଲେ।
14ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରା ବାହାର କରି ଆଣିଲା ବେଳେ ହିଲ୍କୀୟ ଯାଜକ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ପାଇଲା।
15ତହିଁରେ ହିଲ୍କୀୟ ଶାଫନ୍ ଲେଖକକୁ ଉତ୍ତର କରି କହିଲା, “ମୁଁ ସଦାପ୍ରଭୁଙ୍କ ଗୃହରେ ବ୍ୟବସ୍ଥା-ପୁସ୍ତକ ପାଇଅଛି।” ପୁଣି ହିଲ୍କୀୟ ଶାଫନ୍କୁ ସେହି ପୁସ୍ତକ ଦେଲା।
16ଆଉ, ଶାଫନ୍ ରାଜାଙ୍କ ନିକଟକୁ ସେହି ପୁସ୍ତକ ନେଇଗଲା, ଆହୁରି ରାଜାଙ୍କ ନିକଟକୁ ପୁନର୍ବାର ସମ୍ବାଦ ନେଇ କହିଲା, “ଆପଣଙ୍କ ଦାସମାନଙ୍କ ପ୍ରତି ଅର୍ପିତ ସମସ୍ତ କାର୍ଯ୍ୟ ସେମାନେ କରୁଅଛନ୍ତି।