17ପୁଣି, ସେମାନେ ସଦାପ୍ରଭୁଙ୍କ ଗୃହରେ ଥିବା ମୁଦ୍ରା କାଢ଼ିନେଇ ତତ୍ତ୍ୱାବଧାରକମାନଙ୍କ ହସ୍ତରେ ଓ କର୍ମକାରୀମାନଙ୍କ ହସ୍ତରେ ସମର୍ପଣ କରିଅଛନ୍ତି।”
18ଆହୁରି, ଶାଫନ୍ ଲେଖକ ରାଜାଙ୍କୁ ଜଣାଇ କହିଲା, ହିଲ୍କୀୟ ଯାଜକ ଆମ୍ଭକୁ ଖଣ୍ଡେ ପୁସ୍ତକ ଦେଇଅଛନ୍ତି ଆଉ, ଶାଫନ୍ ରାଜାଙ୍କ ସାକ୍ଷାତରେ ତହିଁରୁ ପାଠ କଲା।
19ଏଥିରେ ରାଜା ସେହି ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ଆପଣା ବସ୍ତ୍ର ଚିରିଲେ।
20ପୁଣି, ରାଜା ହିଲ୍କୀୟକୁ ଓ ଶାଫନ୍ର ପୁତ୍ର ଅହୀକାମକୁ ଓ ମୀଖାର ପୁତ୍ର ଅବ୍ଦୋନ୍କୁ ଓ ଶାଫନ୍ ଲେଖକକୁ ଓ ରାଜାର ଦାସ ଅସାୟକୁ ଆଜ୍ଞା କରି କହିଲେ,
21“ତୁମ୍ଭେମାନେ ଯାଇ ମୋʼ ନିମନ୍ତେ, ପୁଣି ଇସ୍ରାଏଲ ଓ ଯିହୁଦା ମଧ୍ୟରେ ଅବଶିଷ୍ଟ ଲୋକଙ୍କ ନିମନ୍ତେ ଏହି ପ୍ରାପ୍ତ ପୁସ୍ତକର ବାକ୍ୟ ବିଷୟରେ ସଦାପ୍ରଭୁଙ୍କୁ ପଚାର; କାରଣ ଆମ୍ଭମାନଙ୍କ ପିତୃଲୋକମାନେ ଏହି ପୁସ୍ତକର ସକଳ ଲିଖନାନୁସାରେ କର୍ମ କରିବା ପାଇଁ ସଦାପ୍ରଭୁଙ୍କ ବାକ୍ୟ ପାଳନ ନ କରିବାରୁ ଆମ୍ଭମାନଙ୍କ ଉପରେ ସଦାପ୍ରଭୁଙ୍କର ମହାକୋପ ବର୍ଷିଅଛି।”