ଦ୍ବିତୀୟ ବଂଶାବଳୀ 34

ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।

2 Chronicles 34:31 (UKJV) And the king stood in his place, and made a covenant before the LORD, to walk after the LORD, and to keep his commandments, and his testimonies, and his statutes, with all his heart, and with all his soul, to perform the words of the covenant which are written in this book.

29ଏଥିଉତ୍ତାରେ ରାଜା ଲୋକ ପଠାଇ ଯିହୁଦାର ଓ ଯିରୂଶାଲମର ସମସ୍ତ ପ୍ରାଚୀନବର୍ଗଙ୍କୁ ଏକତ୍ର କଲେ।

30ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।

31ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।

32ଆଉ, ଯିରୂଶାଲମର ଓ ବିନ୍ୟାମୀନ୍‍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।

33ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍‍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.