30ପୁଣି, ରାଜା ସଦାପ୍ରଭୁଙ୍କ ଗୃହକୁ ଗମନ କଲେ, ଆଉ ଯିହୁଦାର ସମସ୍ତ ଲୋକ ଓ ଯିରୂଶାଲମ ନିବାସୀମାନେ ଓ ଯାଜକମାନେ ଓ ଲେବୀୟମାନେ ଓ ବଡ଼ ସାନ ସମସ୍ତ ଲୋକ ଗମନ କଲେ; ତହୁଁ ସେ ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ନିୟମ-ପୁସ୍ତକର ସମସ୍ତ ବାକ୍ୟ ସେମାନଙ୍କ କର୍ଣ୍ଣଗୋଚରରେ ପାଠ କଲେ।
31ପୁଣି, ରାଜା ଆପଣା ସ୍ଥାନରେ ଠିଆ ହୋଇ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ଓ ଆପଣାର ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତାହାଙ୍କର ଆଜ୍ଞା ଓ ସାକ୍ଷ୍ୟ କଥା ଓ ବିଧି ପାଳନ କରି ଏହି ପୁସ୍ତକ-ଲିଖିତ ନିୟମ-ବାକ୍ୟ ସଫଳ କରିବାକୁ ସଦାପ୍ରଭୁଙ୍କ ସାକ୍ଷାତରେ ନିୟମ କଲେ।
32ଆଉ, ଯିରୂଶାଲମର ଓ ବିନ୍ୟାମୀନ୍ର ଯେତେ ଲୋକ ବିଦ୍ୟମାନ ଥିଲେ, ସେ ସମସ୍ତଙ୍କୁ ସେହି ନିୟମରେ ସେ ସମ୍ମତ କରାଇଲେ। ତହିଁରେ ଯିରୂଶାଲମ ନିବାସୀମାନେ ପରମେଶ୍ୱରଙ୍କର, ଆପଣାମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱରଙ୍କ ନିୟମାନୁସାରେ କର୍ମ କଲେ।
33ପୁଣି, ଯୋଶୀୟ ଇସ୍ରାଏଲ-ସନ୍ତାନଗଣର ଅଧିକୃତ ସମସ୍ତ ଦେଶରୁ ଘୃଣାଯୋଗ୍ୟ ସକଳ ବିଷୟ ଦୂର କଲେ ଓ ଇସ୍ରାଏଲ ମଧ୍ୟରେ ବିଦ୍ୟମାନ ସମସ୍ତ ଲୋକଙ୍କୁ ସେବା, ଅର୍ଥାତ୍, ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କର ସେବା କରାଇଲେ। ସେମାନେ ତାଙ୍କର ଜୀବନଯାଏ ସଦାପ୍ରଭୁ ସେମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଅନୁଗମନରୁ କ୍ଷାନ୍ତ ନୋହିଲେ।