9ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
10ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।
11ପୁଣି, ନିସ୍ତାର ପର୍ବର ବଳିସବୁ ବଧ କରାଯାʼନ୍ତେ, ଯାଜକମାନେ ସେମାନଙ୍କ ହସ୍ତରୁ ରକ୍ତ ନେଇ ସେଚନ କଲେ ଓ ଲେବୀୟମାନେ ସେସବୁର ଚର୍ମ କାଢ଼ିଲେ।
12ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।
13ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।