ଦ୍ବିତୀୟ ବଂଶାବଳୀ 35

ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।

2 Chronicles 35:14 (UKJV) And afterward they made ready for themselves, and for the priests: because the priests the sons of Aaron were busied in offering of burnt offerings and the fat until night; therefore the Levites prepared for themselves, and for the priests the sons of Aaron.

12ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।

13ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।

14ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।

15ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍‍‍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।

16ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.