13ଏଉତ୍ତାରେ ସେମାନେ ବିଧାନାନୁସାରେ ନିସ୍ତାର ପର୍ବର ବଳି ଅଗ୍ନିରେ ପାକ କଲେ; ଆଉ, ସେମାନେ ଅନ୍ୟାନ୍ୟ ପବିତ୍ର ବଳି ହାଣ୍ଡିରେ ଓ ହଣ୍ଡାରେ ଓ କରେଇରେ ସିଦ୍ଧ କଲେ ଓ ଲୋକମାନଙ୍କ ସନ୍ତାନଗଣ ନିକଟକୁ ତାହାସବୁ ଶୀଘ୍ର ନେଇ ପରିବେଷଣ କଲେ।
14ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ପାଇଁ ଓ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ; କାରଣ ହାରୋଣ ସନ୍ତାନ-ଯାଜକମାନେ ହୋମବଳି ଓ ମେଦ ଉତ୍ସର୍ଗ କରିବାରେ ରାତ୍ରି ପର୍ଯ୍ୟନ୍ତ ବ୍ୟସ୍ତ ଥିଲେ; ଏହେତୁ ଲେବୀୟମାନେ ଆପଣାମାନଙ୍କ ପାଇଁ ଓ ହାରୋଣ-ସନ୍ତାନ ଯାଜକମାନଙ୍କ ପାଇଁ ପ୍ରସ୍ତୁତ କଲେ।
15ପୁଣି, ଦାଉଦଙ୍କର ଓ ଆସଫର ଓ ହେମନର ଓ ରାଜଦର୍ଶକ ଯିଦୂଥୂନ୍ର ଆଜ୍ଞାନୁସାରେ, ଆସଫ-ସନ୍ତାନ ଗାୟକମାନେ ଆପଣା ଆପଣା ସ୍ଥାନରେ ଥିଲେ ଓ ପ୍ରତ୍ୟେକ ଦ୍ୱାରରେ ଦ୍ୱାରପାଳମାନେ ଥିଲେ; ଆପଣା ଆପଣା ସେବାକାର୍ଯ୍ୟରୁ ସେମାନଙ୍କର ଯିବାର ଆବଶ୍ୟକ ହେଲା ନାହିଁ, କାରଣ ସେମାନଙ୍କ ଲେବୀୟ ଭାଇମାନେ ସେମାନଙ୍କ ପାଇଁ ପ୍ରସ୍ତୁତ କଲେ।
16ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
17ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।