16ଏହିରୂପେ ଯୋଶୀୟ ରାଜାଙ୍କର ଆଜ୍ଞାନୁସାରେ ନିସ୍ତାର ପର୍ବ ପାଳନାର୍ଥେ ଓ ସଦାପ୍ରଭୁଙ୍କ ଯଜ୍ଞବେଦିରେ ହୋମବଳି ଉତ୍ସର୍ଗକରଣାର୍ଥେ ସେହି ଦିନ ସଦାପ୍ରଭୁଙ୍କ ସେବାର୍ଥକ ସକଳର ଆୟୋଜନ ହେଲା।
17ଏଣୁ ଉପସ୍ଥିତ ଇସ୍ରାଏଲ ସନ୍ତାନମାନେ ସେହି ସମୟରେ ସାତ ଦିନ ନିସ୍ତାର ପର୍ବ ଓ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ।
18ପୁଣି, ଶାମୁୟେଲ ଭବିଷ୍ୟଦ୍ବକ୍ତାଙ୍କର ଦିନଠାରୁ ଇସ୍ରାଏଲ ମଧ୍ୟରେ ଏପ୍ରକାର ନିସ୍ତାର ପର୍ବ ପ୍ରତିପାଳିତ ହୋଇ ନ ଥିଲା; କିଅବା ଯୋଶୀୟ ଓ ଯାଜକମାନେ ଓ ଲେବୀୟମାନେ, ପୁଣି ଉପସ୍ଥିତ ସମଗ୍ର ଯିହୁଦା ଓ ଇସ୍ରାଏଲ ଓ ଯିରୂଶାଲମ ନିବାସୀମାନେ ଯେପରି ନିସ୍ତାର ପର୍ବ ପାଳନ କଲେ, ସେପରି ଇସ୍ରାଏଲର କୌଣସି ରାଜା କରି ନାହାନ୍ତି।
19ଯୋଶୀୟଙ୍କର ରାଜତ୍ଵର ଅଠର ବର୍ଷରେ ଏହି ନିସ୍ତାର ପର୍ବ ପ୍ରତିପାଳିତ ହେଲା।
20ଏହିସବୁର ଉତ୍ତାରେ, ଅର୍ଥାତ୍, ଯୋଶୀୟ ମନ୍ଦିର ପ୍ରସ୍ତୁତ କରି ସାରିଲା ଉତ୍ତାରେ ମିସରର ରାଜା ନଖୋ ଫରାତ୍ ନଦୀ ନିକଟସ୍ଥ କର୍କମୀଶ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଗଲା; ତହୁଁ ଯୋଶୀୟ ତାହା ବିରୁଦ୍ଧରେ ଗଲେ;