4ପୁଣି, ଇସ୍ରାଏଲର ରାଜା ଦାଉଦଙ୍କର ଲିଖନାନୁସାରେ ଓ ତାଙ୍କର ପୁତ୍ର ଶଲୋମନଙ୍କର ଲିଖନାନୁସାରେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ପାଳି ଅନୁକ୍ରମେ ଆପଣାମାନଙ୍କୁ ପ୍ରସ୍ତୁତ କର।
5ଆଉ, ଲୋକମାନଙ୍କ ସନ୍ତାନଗଣର, ଅର୍ଥାତ୍, ତୁମ୍ଭମାନଙ୍କ ଭ୍ରାତୃଗଣର ପିତୃବଂଶୀୟ ବିଭାଗାନୁସାରେ ପବିତ୍ର ସ୍ଥାନରେ ଠିଆ ହୁଅ ଓ ଲେବୀୟମାନଙ୍କର ପ୍ରତ୍ୟେକ ପିତୃବଂଶ ପାଇଁ ଏକ ଏକ ଅଂଶ ହେଉ।
6ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
7ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
8ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।