6ପୁଣି, ନିସ୍ତାର ପର୍ବର ବଳି ବଧ କର ଓ ଆପଣାମାନଙ୍କୁ ପବିତ୍ର କର ଓ ମୋଶାଙ୍କ ହସ୍ତରେ (ଦତ୍ତ) ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ କର୍ମ କରିବା ନିମନ୍ତେ ଆପଣାମାନଙ୍କ ଭ୍ରାତୃଗଣ ପାଇଁ ପ୍ରସ୍ତୁତ ହୁଅ।”
7ଏଉତ୍ତାରେ ଯୋଶୀୟ ଲୋକମାନଙ୍କ ସନ୍ତାନଗଣର ଉପସ୍ଥିତ ସମସ୍ତଙ୍କୁ କେବଳ ନିସ୍ତାର ପର୍ବର ବଳି ନିମନ୍ତେ ପଲ ମଧ୍ୟରୁ ତିରିଶ ହଜାର ପର୍ଯ୍ୟନ୍ତ ମେଷଶାବକ ଓ ଛାଗବତ୍ସ ଓ ତିନି ହଜାର ବୃଷ ଦେଲେ; ଏହିସବୁ ରାଜସମ୍ପତ୍ତିରୁ ଦିଆଗଲା।
8ପୁଣି, ତାଙ୍କର ଅଧିପତିମାନେ ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ ଲୋକମାନଙ୍କୁ, ଯାଜକମାନଙ୍କୁ ଓ ଲେବୀୟମାନଙ୍କୁ ଦାନ କଲେ। ହିଲ୍କୀୟ ଓ ଜିଖରୀୟ ଓ ଯିହୀୟେଲ, ପରମେଶ୍ୱରଙ୍କ ଗୃହର ଏହି ଅଧ୍ୟକ୍ଷମାନେ ନିସ୍ତାର ପର୍ବର ବଳି ନିମନ୍ତେ ଯାଜକମାନଙ୍କୁ ଦୁଇ ହଜାର ଛଅ ଶହ ମେଷାଦିର ବତ୍ସ ଓ ତିନି ଶହ ବୃଷ ଦେଲେ।
9ମଧ୍ୟ କୋନାନୀୟ ଓ ଶମୟୀୟ ଓ ନଥନେଲ ନାମକ ତାହାର ଭାଇମାନେ, ଆଉ ହଶବୀୟ ଓ ଯିୟୀୟେଲ୍ ଓ ଯୋଷାବଦ୍, ଏହି ଲେବୀୟ ପ୍ରଧାନମାନେ ନିସ୍ତାର ପର୍ବର ବଳି ନିମନ୍ତେ ଲେବୀୟମାନଙ୍କୁ ପାଞ୍ଚ ସହସ୍ର ମେଷାଦିର ବତ୍ସ ଓ ପାଞ୍ଚ ଶହ ବୃଷ ଦେଲେ।
10ଏହିରୂପେ କର୍ମର ଆୟୋଜନ ହୁଅନ୍ତେ, ରାଜାଜ୍ଞାନୁସାରେ ଯାଜକମାନେ ଆପଣା ଆପଣା ସ୍ଥାନରେ ଓ ଲେବୀୟମାନେ ଆପଣା ଆପଣା ପାଳି ଅନୁସାରେ ଠିଆ ହେଲେ।