10ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।
11ସିଦିକୀୟ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକୋଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ;
12ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।
13ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
14ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।