ଦ୍ବିତୀୟ ବଂଶାବଳୀ 36

ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।

2 Chronicles 36:14 (UKJV) Moreover all the chief of the priests, and the people, transgressed very much after all the abominations of the heathen; and polluted the house of the LORD which he had hallowed in Jerusalem.

12ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ; ସେ ସଦାପ୍ରଭୁଙ୍କ ମୁଖନିର୍ଗତ ବାକ୍ୟର ପ୍ରକାଶକ ଯିରିମୀୟ ଭବିଷ୍ୟଦ୍‍ବକ୍ତା ସମ୍ମୁଖରେ ଆପଣାକୁ ନମ୍ର କଲେ ନାହିଁ।

13ମଧ୍ୟ ଯେଉଁ ନବୂଖଦ୍‍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।

14ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।

15ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;

16ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍‍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.