13ମଧ୍ୟ ଯେଉଁ ନବୂଖଦ୍ନିତ୍ସର ରାଜା ତାଙ୍କୁ ପରମେଶ୍ୱରଙ୍କ ନାମରେ ଶପଥ କରାଇଥିଲା, ସେ ତାହାର ବିଦ୍ରୋହୀ ହେଲେ; ଆଉ ସେ ଆପଣା ଗ୍ରୀବା ଶକ୍ତ କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରିବାକୁ ଆପଣା ହୃଦୟ କଠିନ କଲେ।
14ଆହୁରି, ଯାଜକମାନଙ୍କର ପ୍ରଧାନ ସମସ୍ତେ ଓ ଲୋକମାନେ ଅନ୍ୟ ଦେଶୀୟମାନଙ୍କ ସକଳ ଘୃଣାଯୋଗ୍ୟ କ୍ରିୟାନୁସାରେ ଅତିଶୟ ଅପରାଧ କଲେ; ପୁଣି, ସଦାପ୍ରଭୁ ଯିରୂଶାଲମରେ ଯେଉଁ ଗୃହ ପବିତ୍ର କରିଥିଲେ, ତାହାଙ୍କର ସେହି ଗୃହ ଅଶୁଚି କଲେ।
15ତଥାପି ସଦାପ୍ରଭୁ ସେମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର ଆପଣା ଦୂତଗଣ ଦ୍ୱାରା ସେମାନଙ୍କ ନିକଟକୁ କହି ପଠାଇଲେ, ସେ ଆପଣା ଲୋକମାନଙ୍କ ପ୍ରତି ଓ ଆପଣା ନିବାସ ସ୍ଥାନ ପ୍ରତି ଦୟା ବହିବାରୁ ପ୍ରତ୍ୟୁଷରେ ଉଠି ପଠାଇଲେ;
16ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
17ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।