16ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
17ଏନିମନ୍ତେ ସେ କଲ୍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।
18ଆଉ, ପରମେଶ୍ୱରଙ୍କ ଗୃହର ବଡ଼ ସାନ ସମସ୍ତ ପାତ୍ର ଓ ସଦାପ୍ରଭୁଙ୍କ ଗୃହର ଧନ, ପୁଣି ରାଜାଙ୍କର ଓ ତାଙ୍କ ଅଧିପତିମାନଙ୍କ ଧନ, ଏହିସବୁ ବାବିଲକୁ ନେଇଗଲା।
19ପୁଣି, ସେମାନେ ପରମେଶ୍ୱରଙ୍କ ଗୃହ ଦଗ୍ଧ କଲେ ଓ ଯିରୂଶାଲମର ପ୍ରାଚୀର ଭଗ୍ନ କଲେ ଓ ତହିଁର ଅଟ୍ଟାଳିକାସବୁ ଅଗ୍ନିରେ ଦଗ୍ଧ କରି ସେଠାରେ ଥିବା ମନୋହର ପାତ୍ରସବୁ ବିନାଶ କଲେ।
20ପୁଣି, ସେ ଖଡ୍ଗରୁ ବଞ୍ଚିବା ଲୋକମାନଙ୍କୁ ବାବିଲକୁ ନେଇଗଲା; ତହିଁରେ ପାରସିକ ରାଜ୍ୟ ସ୍ଥାପନ ପର୍ଯ୍ୟନ୍ତ ସେମାନେ ତାହାର ଓ ତାହାର ସନ୍ତାନଗଣର ଦାସ ହୋଇ ରହିଲେ;