ଦ୍ବିତୀୟ ବଂଶାବଳୀ 36

ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।

2 Chronicles 36:2 (UKJV) Jehoahaz was twenty and three years old when he began to reign, and he reigned three months in Jerusalem.

1ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।

2ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।

3ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।

4ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.