ଦ୍ବିତୀୟ ବଂଶାବଳୀ 36

ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।

2 Chronicles 36:3 (UKJV) And the king of Egypt put him down at Jerusalem, and condemned the land in an hundred talents of silver and a talent of gold.

1ଏଥିଉତ୍ତାରେ ଦେଶର ଲୋକମାନେ ଯୋଶୀୟଙ୍କର ପୁତ୍ର ଯିହୋୟାହସ୍‌ଙ୍କୁ ନେଇ ତାଙ୍କର ପିତାଙ୍କ ପଦରେ ତାଙ୍କୁ ଯିରୂଶାଲମରେ ରାଜା କଲେ।

2ଯିହୋୟାହସ୍‌ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ତେଇଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ରାଜ୍ୟ କଲେ।

3ଏଥିଉତ୍ତାରେ ମିସରର ରାଜା ଯିରୂଶାଲମରେ ତାଙ୍କୁ ପଦଚ୍ୟୁତ କରି ଦେଶ ଉପରେ ଏକ ଶହ ତାଳନ୍ତ ରୂପା ଓ ଏକ ତାଳନ୍ତ ସୁନା ଅର୍ଥଦଣ୍ଡ ନିର୍ଦ୍ଧାରଣ କଲା।

4ଆହୁରି, ମିସରର ରାଜା ତାଙ୍କର ଭ୍ରାତା ଇଲିୟାକୀମ୍‍ଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା ଓ ତାଙ୍କର ନାମ ବଦଳାଇ ଯିହୋୟାକୀମ୍‍ ରଖିଲା, ପୁଣି ନଖୋ ତାଙ୍କର ଭ୍ରାତା ଯିହୋୟାହସ୍‌ଙ୍କୁ ଧରି ମିସରକୁ ନେଇଗଲା।

5ଯିହୋୟାକୀମ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ପଚିଶ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ଏଗାର ବର୍ଷ ରାଜ୍ୟ କଲେ; ପୁଣି, ସେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ କୁକର୍ମ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.