ଦ୍ବିତୀୟ ବଂଶାବଳୀ 36

ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

2 Chronicles 36:8 (UKJV) Now the rest of the acts of Jehoiakim, and his abominations which he did, and that which was found in him, behold, they are written in the book of the kings of Israel and Judah: and Jehoiachin his son reigned in his position.

6ତାଙ୍କ ବିରୁଦ୍ଧରେ ବାବିଲର ରାଜା ନବୂଖଦ୍‍ନିତ୍ସର ଆସି ବାବିଲକୁ ନେଇଯିବା ନିମନ୍ତେ ତାଙ୍କୁ ଶିକୁଳିରେ ବାନ୍ଧିଲା।

7ନବୂଖଦ୍‍ନିତ୍ସର ମଧ୍ୟ ସଦାପ୍ରଭୁଙ୍କ ଗୃହର କେତେକ ପାତ୍ର ବାବିଲକୁ ନେଇଯାଇ ବାବିଲସ୍ଥିତ ଆପଣା ମନ୍ଦିରରେ ରଖିଲା।

8ଏହି ଯିହୋୟାକୀମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର କୃତ ଓ ତାଙ୍କ ମଧ୍ୟରେ ପ୍ରାପ୍ତ ଘୃଣାଯୋଗ୍ୟ କ୍ରିୟାସକଳ, ଦେଖ, ଇସ୍ରାଏଲର ଓ ଯିହୁଦାର ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ଅଛି; ଏଉତ୍ତାରେ ତାଙ୍କର ପୁତ୍ର ଯିହୋୟାଖୀନ୍‍ ତାଙ୍କର ପଦରେ ରାଜ୍ୟ କଲେ।

9ଯିହୋୟାଖୀନ୍‍ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଆଠ ବର୍ଷ ବୟସ୍କ ହୋଇଥିଲେ ଓ ସେ ଯିରୂଶାଲମରେ ତିନି ମାସ ଦଶ ଦିନ ରାଜ୍ୟ କଲେ; ଆଉ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।

10ପୁଣି, ବର୍ଷର ପରିବର୍ତ୍ତନ ସମୟରେ ନବୂଖଦ୍‍ନିତ୍ସର ରାଜା ଲୋକ ପଠାଇ ତାଙ୍କୁ ଓ ତାଙ୍କ ସଙ୍ଗେ ସଦାପ୍ରଭୁଙ୍କ ଗୃହର ମନୋହର ପାତ୍ରସବୁ ବାବିଲକୁ ଆଣିଲା ଓ ତାଙ୍କର ଭାଇ ସିଦିକୀୟଙ୍କୁ ଯିହୁଦା ଓ ଯିରୂଶାଲମ ଉପରେ ରାଜା କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.