9ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।
10ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।
11ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
12ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।