11ଆଉ ହୂରମ୍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।
12ଅର୍ଥାତ୍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ
13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
14ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ