13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।
14ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;
15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ
16ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
17ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।