16ମଧ୍ୟ ତାହାର ପିତା ହୂରମ୍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।
17ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।
18ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।
19ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;
20ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ