ଦ୍ବିତୀୟ ବଂଶାବଳୀ 4

ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।

2 Chronicles 4:2 (UKJV) Also he made a molten sea of ten cubits from brim to brim, round in compass, and five cubits the height thereof; and a line of thirty cubits did compass it round about.

1ଆହୁରି ସେ ଏକ ପିତ୍ତଳମୟ ଯଜ୍ଞବେଦି ନିର୍ମାଣ କଲେ, ତହିଁର ଦୈର୍ଘ୍ୟ କୋଡ଼ିଏ ହାତ ଓ ତହିଁର ପ୍ରସ୍ଥ କୋଡ଼ିଏ ହାତ ଓ ତହିଁର ଉଚ୍ଚତା ଦଶ ହାତ।

2ମଧ୍ୟ ସେ ଛାଞ୍ଚରେ ଢଳା ଗୋଲାକାର ସମୁଦ୍ରରୂପ ପାତ୍ର ନିର୍ମାଣ କଲେ, ତାହା ଫନ୍ଦଠାରୁ ଫନ୍ଦ ପର୍ଯ୍ୟନ୍ତ ଦଶ ହାତ ଓ ତହିଁର ଉଚ୍ଚତା ପାଞ୍ଚ ହାତ; ଆଉ ତହିଁର ପରିଧି ତିରିଶ ହାତ ଥିଲା।

3ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।

4ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍‍ଭାଗସବୁ ଭିତରକୁ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.