20ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ
21ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;
22ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।