3ତହିଁ ତଳେ ବଳଦମାନର ଆକୃତି ଥିଲା, ସେମାନେ ତହିଁର ଚତୁର୍ଦ୍ଦିଗ ଘେରିଲେ, ଦଶ ହାତ ଲେଖାଏଁ ଥାଇ ସମୁଦ୍ରରୂପ ପାତ୍ର ବେଷ୍ଟନ କଲେ। ସେହି ବଳଦମାନ ଦୁଇ ଧାଡ଼ିରେ ଥିଲେ, ସମୁଦ୍ରରୂପ ପାତ୍ର ଢଳାଯିବା ସମୟରେ ତାହାସବୁ ଢଳା ଯାଇଥିଲେ।
4ସେହି ପାତ୍ର ବାର ଗୋରୁ ଉପରେ ସ୍ଥାପିତ ଥିଲା, ତିନିର ମୁଖ ଉତ୍ତରକୁ ଓ ତିନିର ମୁଖ ପଶ୍ଚିମକୁ ଓ ତିନିର ମୁଖ ଦକ୍ଷିଣକୁ ଓ ତିନିର ମୁଖ ପୂର୍ବକୁ ଥିଲା; ପୁଣି ସମୁଦ୍ରରୂପ ପାତ୍ର ସେମାନଙ୍କ ଉପରେ ଅବସ୍ଥାପିତ ଓ ସେମାନଙ୍କ ପଶ୍ଚାଦ୍ଭାଗସବୁ ଭିତରକୁ ଥିଲା।
5ସେହି ପାତ୍ର ଚାରି ଅଙ୍ଗୁଳି ମୋଟ; ତହିଁର ଫନ୍ଦ ତାଟିଆର ଫନ୍ଦ ପରି ନିର୍ମିତ; କଇଁଫୁଲ ତୁଲ୍ୟ ଥିଲା; ତାହା ତିନି ହଜାର ମହଣ ଧରିଲା।
6ଆହୁରି ସେ ଦଶ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲେ ଓ ପ୍ରକ୍ଷାଳନାର୍ଥେ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ରଖିଲେ; ସେମାନେ ହୋମବଳି ସମ୍ବନ୍ଧୀୟ ସାମଗ୍ରୀ ସେସବୁରେ ପ୍ରକ୍ଷାଳନ କଲେ; ମାତ୍ର ସମୁଦ୍ରରୂପ ପାତ୍ର ଯାଜକମାନଙ୍କର ସ୍ନାନାର୍ଥେ ଥିଲା।
7ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।