ଦ୍ବିତୀୟ ବଂଶାବଳୀ 4

ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।

2 Chronicles 4:9 (UKJV) Furthermore he made the court of the priests, and the great court, and doors for the court, and overlaid the doors of them with brass.

7ଆଉ ସେ ଦୀପବୃକ୍ଷ ବିଷୟକ ବିଧାନାନୁସାରେ ଦଶ ସୁବର୍ଣ୍ଣମୟ ଦୀପବୃକ୍ଷ ନିର୍ମାଣ କଲେ; ଆଉ ପାଞ୍ଚୋଟି ଦକ୍ଷିଣ ଭାଗରେ ଓ ପାଞ୍ଚୋଟି ବାମ ଭାଗରେ ମନ୍ଦିରରେ ସ୍ଥାପନ କଲେ।

8ଆହୁରି ସେ ଦଶ ମେଜ ନିର୍ମାଣ କରି ମନ୍ଦିରର ଦକ୍ଷିଣ ଭାଗରେ ପାଞ୍ଚୋଟି ଓ ବାମ ଭାଗରେ ପାଞ୍ଚୋଟି ରଖିଲେ। ପୁଣି, ସେ ଏକ ଶତ ସୁବର୍ଣ୍ଣ କୁଣ୍ଡ ନିର୍ମାଣ କଲେ।

9ଆହୁରି ସେ ଯାଜକମାନଙ୍କର ପ୍ରାଙ୍ଗଣ ଓ ବୃହତ ପ୍ରାଙ୍ଗଣ ଓ ପ୍ରାଙ୍ଗଣ-ଦ୍ୱାର ନିର୍ମାଣ କଲେ, ଆଉ ତହିଁର କବାଟସବୁ ପିତ୍ତଳରେ ମଡ଼ାଇଲେ।

10ପୁଣି ସେ ପୂର୍ବଦିଗସ୍ଥ ଗୃହର ଡାହାଣ ପାଖରେ ଦକ୍ଷିଣ ଆଡ଼କୁ ସମୁଦ୍ରରୂପ ପାତ୍ର ସ୍ଥାପନ କଲେ।

11ଆଉ ହୂରମ୍‍ ପାତ୍ର ଓ କୋଦାଳ ଓ କୁଣ୍ଡସବୁ ନିର୍ମାଣ କଲା। ଏହିରୂପେ ହୂରମ୍‍ ପରମେଶ୍ୱରଙ୍କ ଗୃହରେ ଶଲୋମନ ରାଜାଙ୍କ ନିମନ୍ତେ ଆପଣା କରିବା କାର୍ଯ୍ୟ ସମାପ୍ତ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.